Latest Odisha News

ରାଉରକେଲା NITରେ ପଶିଲା କରୋନା

ରାଉରକେଲା: ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(NIT)ରେ ପଶିଲା କରୋନା । ତିନି ଜଣ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ ଅଛନ୍ତି ଦୁଇ ଜଣ ଛାତ୍ର ଓ ଜଣେ ଛାତ୍ରୀ । ସେମାନଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି ।

ସଂକ୍ରମିତ ତିନି ଛାତ୍ରଛାତ୍ରୀ ଏବେ ସଂଗରୋଧରେ ଅଛନ୍ତି । ସମସ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ଏନଆଇଟି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ସେମାନଙ୍କ ସଂସ୍ପର୍ଶରେ ଆଉ କେଉଁମାନେ ଆସିଛନ୍ତି ସେନେଇ ଯାଞ୍ଚ କରାଯାଉଛି । ପିଲାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି କର୍ତ୍ତୃପକ୍ଷ ।

Leave A Reply

Your email address will not be published.