Latest Odisha News

BREAKING NEWS

ଜମ୍ମୁ-କାଶ୍ମୀର: ସୋପିଆନ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାର କେଲର ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ସୋପିଆନ୍ ଜିଲ୍ଲାର କେଲର ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସିଆରପିଏଫ୍ ଯବାନ ଓ ସୁରକ୍ଷାକର୍ମୀ ମିଳିତ ଭାବେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଏହି ୩ ଆତଙ୍କବାଦୀ ହିଜବୁଲ୍ଲ ମୁଜାହିଦ୍ଦିନ ସଙ୍ଗଠନର ସଦସ୍ୟ ବୋଲି ସୁତ୍ରରୁ ପ୍ରକାଶ ।

ଅନ୍ୟପକ୍ଷରେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନକୁ ଜୋରଦାର କରିଥିବା ନେଇ ଜଣାପଡିଛି । ଏଥିସହିତ ଉକ୍ତ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ୍ ସେବା ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.