Latest Odisha News

BREAKING NEWS

କୁଲଗାମ ଏନକାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ବଡ ସଫଳତା । କୁଲଗାମର ରେଡବାନୀରେ ଜାରି ରହିଥିବା ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି ।

ସୂଚନା ଅନୁସାରେ, ସ୍ଥାନୀୟ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ କରିଥିଲେ। ପ୍ରଥମେ ଆତଙ୍କବାଦୀଙ୍କ ପକ୍ଷରୁ ଗୁଳି ବିନିମୟ ହୋଇଥିଲା। ପରେ ସୁରକ୍ଷାକର୍ମୀମାନେ ଏହାର ପାଲଟା ଜବାବ ଦେଇଥିଲେ। ଏନକାଉଣ୍ଟରରେ ୩ ଆତଙ୍କୀ ନିହତ ହୋଇଛନ୍ତି । ବର୍ତ୍ତମାନ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

ସୂଚନାଯୋଗ୍ୟ ଯେ, କିଛି ଦିନ ତଳେ ଜାମ୍ମୁ କାଶ୍ମୀରର ବାୟୁସେନା କନଭେୟ ଉପରେ ଆତଙ୍କୀ ହମଲା ହୋଇଥିଲା। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚିଥିବା ସୂଚନା ପାଇବା ପରେ ସର୍ଚ୍ଚ ଅପରେସନକୁ କଡାକଡି କରାଯାଇଛି।

Leave A Reply

Your email address will not be published.