Latest Odisha News

BREAKING NEWS

ଶ୍ରୀନଗରରେ ଏନକାଉଣ୍ଟର, ୩ ଆତଙ୍କବାଦୀ ନିହତ ଓ ଜଣେ ପୋଲିସ କର୍ମୀ ସହିଦ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ଫତେହ କଦାଲରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି ।

ଏକ ନ୍ୟୁଜ ଏଜେନ୍ସି ରିପୋର୍ଟ ଅନୁଯାୟୀ ଏହି ଗୁଳିବିନିମୟରେ ଜଣେ ପୋଲିସ କର୍ମୀ ମଧ୍ୟ ସହିଦ ହୋଇଥିବା ନେଇ ଜଣାପଡିଛି ।

ସୂଚନା ଅନୁଯାୟୀ କିଛ ଆତଙ୍କବାଦୀ ଶ୍ରୀନଗର ନିକଟସ୍ଥ ଫତେହ କଦାଲରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ । ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଆତଙ୍କବାଦୀ ମାନେ ଲସ୍କର-ଇ-ତୋଇବା ଆତଙ୍କବାଦୀ ସଙ୍ଗଠନ ସହ ସମ୍ପୃକ୍ତ ଥିବା ନେଇ ଜଣାପଡିଛି । ତେବେ ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଜାରି କରିଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.