Latest Odisha News

BREAKING NEWS

ପିକନିକ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା, ୩୦ ଯାତ୍ରୀ ଆହତ

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲା ଗୋଡ଼ିପଡ଼ା ଟୋଲଗେଟ୍ ନିକଟରେ ଶନିବାର ରାତିରେ ଏକ ପିକନିକ୍ ବସ-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନାନୁଯାୟୀ ସମସ୍ତ ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ଏଥିସହିତ ଏହି ପିକନିକ୍ ବସଟି ଭଦ୍ରକରୁ ଗଞ୍ଜାମର ତାରା ତାରିଣୀକୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ନେଇ ଜଣାପଡିଛି ।

ଅନ୍ୟପକ୍ଷରେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଆହତଙ୍କୁ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ତେବେ ଜଙ୍କିଆ ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡି ଦୁଇଟିକୁ ଜବତ କରିବା ସହ ପାରିପାଶ୍ୱର୍ିକ ସ୍ଥିତି ପରଖିବା ସହ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.