Latest Odisha News

BREAKING NEWS

ଭୁବନେଶ୍ୱରରେ ଆଜି ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ; କେଉଁଁ ଅଞ୍ଚଳରୁ କେତେ ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୦୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ୱିଟ୍ ଅନୁଯାୟୀ ଆକ୍ରାନ୍ତଙ୍କ ମଧ୍ୟରେ ୯୦ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୧୫ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୫୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୭,୯୨୫ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୨୧୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୩୬୩୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.