Latest Odisha News

BREAKING NEWS

୨୪ ଘଣ୍ଟାରେ ଭୁବନେଶ୍ୱରରେ ୩୦୬ ପଜିଟିଭ; ୫୦୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୦୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

 

ଆକ୍ରାନ୍ତଙ୍କ ମଧ୍ୟରେ ୧୨୩ କ୍ୱାରେଣ୍ଟାଇନ୍ ଏବଂ ୧୮୩ଟି ସ୍ଥାନୀୟ ମାମଲା ରହିଛି । ସେହିପରି ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୫୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଚିହ୍ନଟ ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୮,୮୯୮ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ୩୮୭୪ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୪,୯୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.