Latest Odisha News

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧ ପଜିଟିଭ, ୨୯ ସୁସ୍ଥ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୯ ଜଣ ସୁସ୍ଥ ହୋଇଛନ୍ତି।

ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସୂଚନା ଦେଇଛି। ବିଏମସିର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୧୬ ଓ ସ୍ଥାନୀୟ ଅଂଚଳରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

 

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୧୦୪କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ସୁସ୍ଥ ହୋଇଛନ୍ତି ୩୦ ହଜାର ୫୨୩ ସଂକ୍ରମିତ ।

ରାଜ୍ୟରେ ୩୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୨୮ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.