Latest Odisha News

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଆଜି ୩୧ ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ୱରରେ ଗୋଟିଏ ଦିନରେ ୩୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ବିଏମସିର ଟ୍ବିଟ୍ ଅନୁଯାୟୀ ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଂଚଳରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ବ୍ୟତୀତ ୪୦ ଜଣ ସୁସ୍ଥ ହୋଇଛନ୍ତି।

 

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୯୨୬କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ସୁସ୍ଥ ହୋଇଛନ୍ତି ୩୦ ହଜାର ୩୧୪ ସଂକ୍ରମିତ । ରାଜ୍ୟରେ ୩୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୨୫ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.