Latest Odisha News

BREAKING NEWS

ଭୁବନେଶ୍ୱରରେ ୭୩ଶହ ଟପିଲା କରୋନା ସଂକ୍ରମଣ; ଆଜି ୩୧୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୦୬ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୧୧ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ୨୦୬ ଆକ୍ରାନ୍ତଙ୍କ ମଧ୍ୟରୁ ଜଣଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଦିଲ୍ଲୀ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଅଧିକ ପଢନ୍ତୁ- ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୦୦ ଟପିଲା, ଆଜି ୧୦ ମୃତ

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୭୩୩୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୯୦୧ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୪୩୮୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୩୩ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ଓଡିଶାର ୩୦ ଜିଲ୍ଲାରୁ ନୂଆ ୨୯୯୩ କରୋନା ଆକ୍ରାନ୍ତ ଚିହ୍ନଟ

 

Leave A Reply

Your email address will not be published.