Latest Odisha News

ଭୁବନେଶ୍ୱରରେ ଆକ୍ଟିଭ କେସ୍ ତୁଳନାରେ ଅଧିକ ରହିଛି ଆରୋଗ୍ୟଙ୍କ ସଂଖ୍ୟା; ଜାଣନ୍ତୁ, ଆଜି କେତେ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

 

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୭୨ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୧୪୭ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୧୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୬୩୯୬ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୪୦୫ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୯୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୩୧ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.