Latest Odisha News

BREAKING NEWS

ଭୁବନେଶ୍ୱରରୁ ୩୧୯ କରୋନା ପଜିଟିଭ ଚିହ୍ନଟ; ସେଥିରୁ ୨୨୭ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୧୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

 

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୯୨ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୨୭ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୩ ହଜାର ୫୪୯ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୫୩୭ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୯,୮୮୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୦୪ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪

Leave A Reply

Your email address will not be published.