Latest Odisha News

BREAKING NEWS

ରାଜ୍ୟର ବିଭିନ୍ନ ନଦୀରେ ୩୨ଟି ଘାଇ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ନଦୀରେ ବର୍ତ୍ତମାନ ସୁଦ୍ଧା ୩୨ଟି ଘାଇ ସୃଷ୍ଟି ହୋଇଛି । କେବଳ ଯାଜପୁର ଜିଲ୍ଲାରେ ୨୪ଟି ଘାଇ ସୃଷ୍ଟି ହୋଇଛି । ମହାନଦୀ ସିଷ୍ଟମରେ ମଧ୍ୟ ୨ଟି ଘାଇ ସୃଷ୍ଟି ହୋଇଛି । ଏନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ହୀରାକୁଦ ଡ୍ୟାମରେ ଏବେ ୪୬ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଆବଶ୍ୟକ ପଡିଲେ ଡ୍ୟାମର ଆହୁରି ୨ଟି ଗେଟ୍ ଖୋଲାଯାଇପାରେ । ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ବୈତରଣୀ ଓ ବ୍ରାହ୍ମଣୀ ନଦୀରେ ସୁଧାର ଆସିଛି । ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, କେନ୍ଦ୍ରାପଡା, ନୟାଗଡ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଜାରି କରାଯାଇଛି ।

ସେପଟେ ଏସ୍‌ଆର୍‌ସି ପ୍ରଦୀପ ଜେନା କହିଛନ୍ତି, ମୁଣ୍ଡଳିରେ ୧୦ ଲକ୍ଷ କ୍ୟୁସେକ୍‌ରୁ ଅଧିକ ଜଳ ପ୍ରବାହିତ ହେବ ନାହିଁ । ତେବେ କାଲି ସକାଳ ପର୍ଯ୍ୟନ୍ତ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ । ଏହାପରେ ଧୀରେ ଧୀରେ ଜଳ ପ୍ରବାହ କମିବ ।

Leave A Reply

Your email address will not be published.