Latest Odisha News

BREAKING NEWS

ଦିନକରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ, ୨୭୭୧ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ଏବେ ଧିରେଧିରେ କରୋନା ଗ୍ରାଫ୍ ବଢୁଥିବା ନଜରକୁ ଆସିଛି। ଗତ ୨୪ ଘଣ୍ଟାରେ ସାରା ଦେଶରେ କରୋନା ସଂକ୍ରମିତ ହୋଇଛନ୍ତି ୩ ଲକ୍ଷ ୨୩ ହଜାର ୧୪୪ ଜଣ ।

ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ ହଜାର ୩୦୭କୁ ବୃଦ୍ଧି ପାଇଛି ।

 

ସେହିପରି ଦିନକରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି ଆଉ ୨୭୭୧ କରୋନା ଆକ୍ରାନ୍ତ । ଏଯାଏଁ ମହାମାରୀ ଦେଶରେ ୧ ଲକ୍ଷ ୯୭ ହଜାର ୮୯୪ ଜୀବନ ନେଲାଣି।

ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥ ହୋଇଛନ୍ତି ୨,୫୧,୮୨୭। ବର୍ତ୍ତମାନ ସୁଦ୍ଧା କରୋନାରୁ ଆରୋଗ୍ୟ ଲାଭ କଲେଣି ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ ଆକ୍ରାନ୍ତ । ଆକ୍ଟିଭ୍ କେସ୍ ରହିଛି ୨୮ ଲକ୍ଷ ୮୨ ହଜାର ୨୦୪।

Leave A Reply

Your email address will not be published.