ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୦୧ କ୍ୱାରେଣ୍ଟାଇନ୍ ଏବଂ ୨୨୪ଟି ସ୍ଥାନୀୟ ମାମଲା ରହିଛି ।
ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଆଜି ୪୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ତେବେ ଭୁବନେଶ୍ୱରରେ ମୋଟ୍ ୧୭,୬୨୦ କରୋନା ପଜିଟିଭ ମାମଲା ରହିଛି । ବର୍ତ୍ତମାନ ସୁଦ୍ଧା ୪୪୨୬ ସକ୍ରିୟ ମାମଲା ରହିଥିବା ବେଳେ ୧୩୧୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହା ଛଡା ୬୭ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.