Latest Odisha News

BREAKING NEWS

ଭୁବନେଶ୍ୱରରେ ୪ ହଜାର ଟପିଲା କରୋନା ଆକ୍ଟିଭ କେସ୍‌; ଆଜି ୩୨୫ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୦୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୧୮ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୮୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୮ ହଜାର ୫୯୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ୪୦୭୪ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୪ ହଜାର ୪୩୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.