ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୭୩ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୫୬ଟି ସ୍ଥାନୀୟ ମାମଲା ରହିଛି ।
Update on newly detected #COVID19 cases in the last
24 hrs under the BMC area on 29th Sep 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/Aq53WtNxqD— BMC (@bmcbbsr) September 29, 2020
ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୯୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୧,୫୨୬ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୫୨୬ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୭,୮୯୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୯୧ ଜଣଙ୍କର ମୃତ୍ୟୁ ଘଟିଛି ।
ଅଧିକ ପଢନ୍ତୁ- କରୋନା ନେଲା ଆଉ ୧୫ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୮୨୮
Comments are closed.