Latest Odisha News

ଗୋଟିଏ ଦିନରେ ଭୁବନେଶ୍ୱରରୁ ୩୨୯ ପଜିଟିଭ; ୩୪୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୧୦ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୧୯ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୨,୮୭୬ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୫୦୨ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୯,୨୫୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୦୦ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ନଅ ଶହ ଛୁଇଁବ ରାଜ୍ୟରେ କରୋନା ଡେଥ୍ କେସ୍‌, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ?

Leave A Reply

Your email address will not be published.