Latest Odisha News

BREAKING NEWS

ଭୁବନେଶ୍ୱରରେ ୨୨ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୪୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୮୪ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୫୬ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୨,୨୩୫ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୫୩୬ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୮,୫୮୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୯୬ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ରାଜ୍ୟରେ ୨ ଲକ୍ଷ ୨୦ ହଜାର ଟପିଲା କରୋନା କେସ୍‌

Leave A Reply

Your email address will not be published.