Latest Odisha News

BREAKING NEWS

୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୪୨ ଆକ୍ରାନ୍ତ, ୩୮୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୯୮ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୪୪ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୬,୯୩୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୫୬୮ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୨୨୮୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୪ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.