Latest Odisha News

BREAKING NEWS

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ; ଭୁବନେଶ୍ୱରରେ ଆଜି ୩୪୯ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୪୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ଆକ୍ରାନ୍ତଙ୍କ ମଧ୍ୟରେ ୧୨୦ କ୍ୱାରେଣ୍ଟାଇନ୍ ଏବଂ ୨୨୯ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୯,୮୯୩ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୬୮୩ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୬,୧୧୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୭୬ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.