Latest Odisha News

BREAKING NEWS

୨୪ ଘଣ୍ଟାରେ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ନଭେମ୍ବରରେ ଧୀରେ ଧୀରେ ତଳ ମୁହାଁ ହେଉଛି ସଂକ୍ରମଣ । ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ତଳକୁ ଖସୁଛି।ଗତ ୨୪ ଘଣ୍ଟାରେ ୩୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟ ମୋଟ୍ କୋରାନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୭୭୩ ରେ ପହଁଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନର ହୋଇଥିବା ବେଳେ ୧୪୪ ଲୋକାଲ କେସ୍ ରହିଛି। ଚିହ୍ନଟ ହୋଇଥିବା ପିଜିଟିଭ୍ ଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟୟସ ୪୫ ଜଣ ପଜିଟିଭ୍ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୧ଜଣ,କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୪ଜଣ ରହିଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୨୨୪୦୮୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.