Latest Odisha News

BREAKING NEWS

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ; ଭୁବନେଶ୍ୱରରେ ପୁଣି ୩୮ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।

ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୧୨ଟି ସ୍ଥାନୀୟ ମାମଲା ରହିଛି। ସେଥିମଧ୍ୟରେ ଅନେକ ହସ୍ପିଟାଲ କର୍ମଚାରୀ ରହିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୬୪୦ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୩୧୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୮ ଜଣଙ୍କର ମୃତ୍ୟୁ ଘଟିଛି।

ଅଧିକ ପଢନ୍ତୁ- ରାଜ୍ୟରେ ଆଉ ୫ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୬୧ ଛୁଇଁଲା

Leave A Reply

Your email address will not be published.