Latest Odisha News

BREAKING NEWS

ରାଜ୍ୟରେ ୨୪ ଘଣ୍ଟାରେ ୨୩୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ୧୦୪୯୩୪୫ରେ ପହଞ୍ଚିଲା ପଜିଟିଭ୍  ସଂଖ୍ୟା ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୬, ଷ୍ଟେଟ ପୁଲ୍ ରୁ ୨୭ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୯୩୪୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୭୮୯୭୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.