ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୩୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୯ ଜଣ କରୋନା ଯୋଦ୍ଧା ରହିଛନ୍ତି । ସେମାନଙ୍କ ମଧ୍ୟରେ ଆସ୍କା (୧୧), ବେଲଗୁଣ୍ଠା(୨), ବେଗୁନିପଡା (୨), ବିଇଏମସି(୨), ଭଞ୍ଜନଗର (୭), ବୁଗୁଡା (୧), ଛତ୍ରପୁର (୧), ଚିକିଟି (୧), ହିଞ୍ଜିଳିକାଟୁ (୧), କେ.ଏସ୍ ନଗର(୨), ପୋଲସରା (୪), ଶେରଗଡ (୪), ସୋରଡାରୁ ଜଣେ ରହିଛନ୍ତି ।
ସେହିପରି କର୍ଣ୍ଣାଟକ, ରାୟଗଡା ଓ ମୁମ୍ବାଇ ଫେରନ୍ତା ୪ ଜଣ ବ୍ୟକ୍ତି କରୋନା ପଜିଟିଭ ହୋଇଥିବା ବେଳେ ଆଉ ୧୯୬ ଜଣଙ୍କର ଆକ୍ଟିଭ କଣ୍ଟାକ୍ଟ ପଜିଟିଭ କେସ୍ ରହିଛି ।
ଅପରପକ୍ଷରେ ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ, ଗଞ୍ଜାମରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭୬୬ ରହିଛି । ସେଥିମଧ୍ୟରେ ୧୯୫୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୭୫୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୫୪ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.