Latest Odisha News

BREAKING NEWS

କଟକରେ ଚିହ୍ନଟ ୩୯ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ମଙ୍ଗଳବାର ଦିନ ୩୯ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧୦୬୦ରେ ପହଞ୍ଚିଛି।

ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ।

ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରେ ୨୭ କଟକ ମହାନଗର ନିଗମ ଅଞ୍ଚଳର ରହିଛନ୍ତି । ନିଆଳିରୁ ୭, ବାରଙ୍ଗରୁ ୩ ଓ କଟକ ସଦର ଅଞ୍ଚଳରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, କଟକରେ ବର୍ତ୍ତମାନ ୨୬୩ଟି ସକ୍ରିୟ ମାମଲା ରହିଥିବା ବେଳେ ୭୮୬ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏହାବ୍ୟତିତ ୮ ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି।

Leave A Reply

Your email address will not be published.