Latest Odisha News

BREAKING NEWS

ଦିନକରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୩୧୧ ଛୁଇଁଲା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୩୯୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୧ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୩ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦ଜଣ ରହିଛନ୍ତି । ଏହାପରେ କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୪୦ଜଣ, ବରଗଡ଼ ଜିଲ୍ଲାରୁ ୩୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୨୭ଜଣ, ଅନୁଗୁଳ ଜିଲ୍ଲାରୁ ୨୪ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ବଲାଙ୍ଗିର ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ,  ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାୁ ୩ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ ଓ ଷ୍ଟେଟ୍‌ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୩୧୧ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୭ ହଜାର ୦୯୧ ଜଣ । ଏବେ ବି ସକ୍ରିୟ ଅଛନ୍ତି ୨୨୪୬ ଜଣ । ଏବେ ସୁଦ୍ଧା ରାଜ୍ୟରେ ୯୦୭୩୨୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.