Latest Odisha News

BREAKING NEWS

ଭୁବନେଶ୍ୱରରେ ୧୬ ହଜାର ଟପିଲା କରୋନା ସଂକ୍ରମଣ; ଆଜି ୩୯୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୩୯୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୧୧୬ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୨୭୯ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୬୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୬,୨୪୦ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୭୩୫ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୧,୪୩୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୬୨ ଜଣଙ୍କର ମୃତ୍ୟୁ ଘଟିଛି ।

Comments are closed.