Latest Odisha News

ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଓ ନୂଆପଡ଼ା ରହିଛ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଦ୍ବିତୀୟ ଦିନରେ କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ତୃତୀୟ ଦିନରେ ରାୟଗଡ଼, କଳାହାଣ୍ଡି, ଗଜପତି ଓ ନୂଆପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ ହେବାର ପୂର୍ବାନୁମାନ ହୋଇଛି। ଏହି ସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.