ପୁରୀ: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଚାଲିଛି । ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ପହଞ୍ଚିଛି । ଏଥିରେ ମୋଟ୍ ୧୭ଖଣ୍ଡ ଅସନ ଓ ଧଉରା କାଠ ରହିଛି । ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ । ପୂର୍ବବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି । ତେଣୁ ଏବର୍ଷ ଆଉ ୭୯୬ ଖଣ୍ଡ କାଠ ଆବଶ୍ୟକ ।

ବର୍ତ୍ତମାନ ସୁଦ୍ଧା ପୁରୀରେ ପହଞ୍ଚିଛି ୭୯ ଖଣ୍ଡ କାଠ । ବଳକା ୭୧୭ଖଣ୍ଡ କାଠ ପର୍ଯ୍ୟାୟ କ୍ରମେ ଆସିବ । ତିନି ରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଶ୍ରୀରାମ ନବମୀଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଧି ଅନୁସାରେ, ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବ ।
BREAKING NEWS
- ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ୪ ବସ୍ ଜବତ…ଥିଲା ନକଲି ନମ୍ବର ପ୍ଲେଟ୍, ଲାଗିଲା ମୋଟା ଫାଇନ
- ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା
- Naxalites Surrender:୫୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ;ମୁଣ୍ଡରେ ରହିଛି ୧କୋଟି୪୧ ଲକ୍ଷ
- Iran tensions: ଇସ୍ରାଏଲ ଯାତ୍ରା ନେଇ ଆଡଭାଇଜରୀ ଜାରି କଲା ଭାରତ
- ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ
- ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…
- ପାଲକ ପନିରକୁ ନେଇ ବିବାଦ, ଭାରତୀୟ ଛାତ୍ରଙ୍କୁ ମିଳିଲା ୧.୮ କୋଟି…
- Indian coast guard: ଭାରତୀୟ ଜଳସୀମାରେ ଅନୁପ୍ରବେଶ କରୁଥିବା ପାକିସ୍ତାନୀ ଡଙ୍ଗା ଜବତ, ୯ ଗିରଫ
- ଇରାନରେ ବଢୁଛି ହିଂସା; କାଲିଠୁ ଉଦ୍ଧାର ହେବେ ଭାରତୀୟ..
- group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
Comments are closed.