Latest Odisha News

BREAKING NEWS

ଅନୁଗୁଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୪ମୃତ

ଅନୁଗୁଳ : ଅନୁଗୁଳ ଜିଲ୍ଲା ୫୫ନଂ ଜାତୀୟ ରାଜପଥ ଅନ୍ତର୍ଗତ କତଡ଼ା ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।

ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଏକ ୱିଙ୍ଗର ଗାଡି ସହ ଟ୍ରକ୍ ଧକ୍କା ହୋଇଥିଲା । ଫଳରେ ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୦ଜଣ ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଅନ୍ୟ ଜଣେ ଗୁରୁତର ଆହତଙ୍କ ମୃତ୍ୟୁ ଘଟିଥିବା ନେଇ ସୁତ୍ରରୁ ପ୍ରକାଶ ।

ମୃତକ ମାନଙ୍କ ମଧ୍ୟରେ ତୁଳସୀପାଲ ଗ୍ରାମର ଶିବରାମ ସାହୁ ଏବଂ ବଲାସିଂଘାର ଧରଣୀ ପ୍ରଧାନ ଓ ଅରୁଣ ସାହୁ ରହିଥିବା ନେଇ ଜଣାପଡିଛି ।

ଅନ୍ୟପକ୍ଷରେ ସ୍ଥାନୀୟ ଲୋକମାନେ ଆହତ ମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଅନୁଗୁଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରୁ ଗୁରୁତର ଆହତ ମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ନେଇ ଜଣାପଡିଛି ।

ତେବେ ଏହି ସମସ୍ତ ଯାତ୍ରୀମାନେ ପିକନିକ କରିବା ପାଇଁ କୋରାପୁଟକୁ ଯାଇଥିଲେ ଏବଂ ପିକନିକ ସାରି ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.