ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ । ଉପରମୁଣ୍ଡରେ ଜଳପ୍ରବାହ ହ୍ରାସ ପାଇବାରୁ ଏହି ଗେଟ୍ ଗୁଡିକୁ ବନ୍ଦ କରିଦିଆଯାଇଛି । ବର୍ତ୍ତମାନ ୨୦ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସେଥିମଧ୍ୟରୁ ବାମ ପଟେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ।
ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ରହିଥିଲା ୬୨୬.୪୧ ଫୁଟ । ଜଳଭଣ୍ଡାର ଭିତରକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୮୬ ହଜାର ଘନଫୁଟ ପାଣି ପ୍ରବେଶ କରୁଥିବା ବେଳେ ୪ ଲକ୍ଷ ୨୪ ହଜାର ଘନଫୁଟ ପାଣି ନିଷ୍କାସିତ ହେଉଥିଲା । ଆଗକୁ ବଡ଼ ବର୍ଷା ନଥିବାରୁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି ।
ତେବେ ଗତକାଲି ଅଧିକ ଜଳ ପ୍ରବେଶକୁ ଦୃଷ୍ଟିରେ ରଖି ଶୁକ୍ରବାର ୨ଟି ପର୍ଯ୍ୟାୟରେ ହୀରାକୁଦର ୮ଟି ଗେଟ୍ ଖୋଲାଯାଇଥିଲା । ଏଥିସହିତ ମୋଟ ଖୋଲା ଯାଇଥିବା ଗେଟ୍ ସଂଖ୍ୟା ୨୪କୁ ବୃଦ୍ଧି ପାଇଥିଲା । ଗତ ୩ ଦିନ ଧରି ଉପର ମୁଣ୍ଡରେ ବର୍ଷା ଫଳରେ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଥିଲା ।
Comments are closed.