Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଜଣଙ୍କର ଶୋଚନୀୟ ମୃତ୍ୟୁ

ନୟାଗଡ: ନୟାଗଡ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କରଡା ନନ୍ଦିଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗାଡିର ଡ୍ରାଇଭର ସମେତ ୪ ଜଣଙ୍କର ମୃତ୍ୟୁ ଘଟିଛି ।

ମୃତକ ମାନେ ହେଲେ ଚିରଞ୍ଜିବି ସାହୁ, ମଧୁସ୍ମିତା ଓ ଆଦିତ୍ୟ । ସମସ୍ତେ ଗୋଟିଏ ପରିବାରର ହୋଇଥିବା ନେଇ ଜଣାପଡିଛି ।

ପ୍ରାପ୍ତ ସୂଚନାନୁଯାୟୀ ଝିଅକୁ ହଷ୍ଟେଲରେ ଛାଡି ଚିରଞ୍ଜିବି ନିଜ ପତ୍ନୀ ଓ ପୁଅ ସହ ଭୁବନେଶ୍ୱରରୁ ନୟାଗଡକୁ ଫେରୁଥିବା ବେଳେ କୌଣସି କାରଣବଶତଃ ଡ୍ରାଇଭର ଜଣକ ଗାଡିର ଭାରସାମ୍ୟ ହରାଇବାରୁ ଗାଡିଟି ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲା ।

ପରେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଛି ।

 

Leave A Reply

Your email address will not be published.