Latest Odisha News

BREAKING NEWS

ବାରିପଦାରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୪ ମୃତ

ବାରିପଦା : ମୟୁରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ନଂ ଜାତୀୟ ରାଜପଥ ନିକଟ ଆଗରିଆ ଛକ ପାଖରେ ଗୁରୁବାର ବିଳମ୍ବିତ ରାତିରେ ଏକ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୪ଜଣ ମୃତ୍ୟୁବରଣ କରିଥିବା ବେଳେ ୧୦ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।

ଏହି ଦୁର୍ଘଟଣା ପରେ ଡ୍ରାଇଭର ଓ ହେଲପର୍ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ନେଇ ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ ଭୁବନେଶ୍ୱରରୁ ବାରିପଦା ଆସୁଥିବା ଏକ ଘରୋଇ ଯାତ୍ରୀବାହୀ ବସ୍ ଆଗରିଆ ବ୍ରିଜ୍ ନିକଟରେ ଏକ ଲୁହା ବୋଝେଇ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବାବେଳେ ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।

ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.