Latest Odisha News

BREAKING NEWS

କଟକରେ ଚିହ୍ନଟ ୪ ନୂଆ କରୋନା ପଜିଟିଭଙ୍କ ସମ୍ପର୍କରେ ଜାଣନ୍ତୁ

କଟକ: କଟକରେ ବୁଧବାର ଦିନ ୪ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୪୯୯ରେ ପହଞ୍ଚିଛି।

ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ ।

ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ବ୍ୟକ୍ତିଙ୍କ ମଧ୍ୟରେ ଏନଏସି ବାଙ୍କି (୧), କଟକ ମହାନଗର ନିଗମ (ସିଏମସି) (୨) ଓ ସାଲେପୁର ଅଞ୍ଚଳରୁ ଜଣେ ରହିଛନ୍ତି ।

ଅଧିକ ପଢନ୍ତୁ: ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ଓଡିଶାରେ ୨୮୨ ଆକ୍ରାନ୍ତ

ଉଲ୍ଲେଖଯୋଗ୍ୟ, କଟକରେ ବର୍ତ୍ତମାନ ୯୬ଟି ସକ୍ରିୟ ମାମଲା ରହିଥିବା ବେଳେ ୩୯୯ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏହାବ୍ୟତିତ ଜଣେ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.