ଭୁବନେଶ୍ୱର: ଗଂଜାମ ଜିଲ୍ଲାରେ ୧୧ କେଭି ତାର ଲାଗି ୧୦ଜଣ ମୃତ୍ୟୁ ଘଟଣାର ଦିନକ ପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କାର୍ଯ୍ୟରେ ଅବହେଳା ପାଇଁ ୪ଜଣ ଇଂଜିନିୟରଙ୍କୁ ସସ୍ପେଣ୍ଡ କରାଯାଇଛି । ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନର ଜେଇ, ସହକାରୀ ଯନ୍ତ୍ରୀ, ସାଉଥକୋ ଜେଇ ଦେବାଶିଷ ନାୟକ ଓ ଏସ୍ଡିଓ ବିଶ୍ୱ ରଂଜନ ମହାପାତ୍ରଙ୍କୁ ନିଲମ୍ବିତ କରାଯାଇଛି । ଏନେଇ ରାଜ୍ୟ ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ସୂଚନା ଦେଇଛନ୍ତି ।
ଏହି ଘଟଣାକୁ ନେଇ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ଏହି ବୈଠକରେ ହିଁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏଥିସହ ଏଣିକି କୌଣସି ସ୍ଥାନରେ ରାସ୍ତା ନିର୍ମାଣ କାମ ଆରମ୍ଭ କରିବା ପୂର୍ବରୁ ଶକ୍ତି ବାଭାଗର ଅନୁମତି ନେବା ଜରୁରୀ ବୋଲି ବୈଠକରେ କୁହାଯାଇଛି । ପିଡବ୍ଲୁଡି, ଏନ୍ଏଚ୍ ଓ ଆର୍ଡି ବିଭାଗ ଶକ୍ତି ବିଭାଗ ଠାରୁ ଅନୁମତି ପାଇବା ପରେ ରାସ୍ତା ନିର୍ମାଣ କରପାରିବେ । ଏହାଛଡା ବିପଦ ସଙ୍କୁଳ ଭାବେ ତାର ଓହଳିଥିବା ସ୍ଥାନଗୁଡିକର ଚିହ୍ନଟ କରାଯାଇ, ତାର ମ୍ୟାପିଂ କରାଯିବ । ସେହିପରି ନିରାପତା ପାଇଁ କର୍ମଶାଳା ସହ ଜନସଚେତନତା କାମ ହାତକୁ ନିଆଯିବ । ରାଜ୍ୟର ସମସ୍ତ ଲାଇନମ୍ୟାନ୍ ମାନଙ୍କୁ ମଧ୍ୟ ତାଲିମ ଦିଆଯିବ ବୋଲି ବୈଠକରେ ଶାକ୍ତି ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି । ଏହି ବୈଠକରେ ପରିବହନ, ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।
BREAKING NEWS
- ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ବାଥରୁମ୍ରେ ନବଜାତ ଶିଶୁକନ୍ୟାକୁ ଫୋପାଡି ମା’ ଚମ୍ପଟ
- state of emergency: ଜଙ୍ଗଲରେ ଅଗ୍ନିକାଣ୍ଡ; ୧୮ ଜଣଙ୍କର ମୃତ୍ୟୁ , ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲେ ରାଷ୍ଟ୍ରପତି
- ନେପାଳରେ ଆଚରଣ ସଂହିତା ଲାଗୁ , ସାଧାରଣ ନିର୍ବାଚନ ମାର୍ଚ୍ଚ ୫ରେ..
- Brown Sugar Seizure: ବ୍ରାଉନସୁଗାର ସହ ୨୫ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଜବତ, ୨ ଅଭିଯୁକ୍ତ ଅଟକ
- Bhitarkanika: ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି; ୨୦ଟି ଧଳା କୁମ୍ଭୀର…
- ଜାନୁଆରୀ ୨୧ରୁ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’ ଆରମ୍ଭ…
- ସରିଗଲା କି ଜାଡେଜାଙ୍କ ଦିନିକିଆ କ୍ୟାରିୟର
- ଖଣି ମନ୍ତ୍ରୀଙ୍କୁ ବହିଷ୍କାର କରି ମୁଖ୍ୟମନ୍ତ୍ରୀ ନିଜର ଦକ୍ଷତାର ପ୍ରମାଣ ଦିଅନ୍ତୁ: ବିଜେଡି
- ବଦଳିବ ଓଡ଼ିଶା ସରକାରଙ୍କ ଲ୍ୟାଣ୍ଡ ସେଟଲମେଣ୍ଟ ଆକ୍ଟ
- ଅନୀସ ବଜମୀଙ୍କ ଆଗାମୀ ଫିଲ୍ମରେ ଅଭିନୟ କରିବେ ଅକ୍ଷୟ କୁମାର, ବିଦ୍ୟା ବାଲାନ
Comments are closed.