Latest Odisha News

BREAKING NEWS

ପୁଲୱାମାରେ ସେନା ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ

ଶ୍ରୀନଗର : ଜମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଲାସିପୋରା ଅଞ୍ଚଳରେ ଗୁରୁବାର ବିଳମ୍ବିତ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି । ନିହତଙ୍କ ମଧ୍ୟରେ ଜମ୍ମୁ-କାଶ୍ମୀର ପୋଲିସର ଜଣେ ଫେରାର ଏସପିଓ ସାମିଲ ଥିବା ନେଇ ଜଣାପଡିଛି ।

ମିଳିଥିବା ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଲାସିପୋରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ମାଡରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଏହି ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ମୃତ୍ୟୁବରଣ କରିଥିଲା ବେଳେ ସେମାନେ ଜୈଶ-ଇ-ମହମ୍ମଦ ସଙ୍ଗଠନର ସଦସ୍ୟ ବୋଲି ପୋଲିସ ସୁତ୍ରରୁ ପ୍ରକାଶ ।

ତେବେ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ବେଳେ ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.