Latest Odisha News

BREAKING NEWS

ଏନକାଉଣ୍ଟରରେ ୪ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର କୁଲଗାମ୍ ଓ ଅନନ୍ତନାଗ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୪ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ କୁଲଗାମ୍ ଜିଲ୍ଲାର ନିପୋରା ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।

ଶୁକ୍ରବାର ରାତିରେ ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ସେହିପରି ଶନିବାର ଦିନ ଅନନ୍ତନାଗ ଜିଲ୍ଲାର ଲଲନ ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ କାଶ୍ମୀର ଜୋନ୍ ପୋଲିସ ପକ୍ଷରୁ ଟ୍ବିଟ୍ କରାଯାଇଛି।

Leave A Reply

Your email address will not be published.