ନୂଆଦିଲ୍ଲୀ: ଶିମିଳିପାଳ ଜାତୀୟ ଉଦ୍ୟାନରେ ୪୦ ମହାବଳ ଅଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା ସୂଚନା ଦେଇଛନ୍ତି । ତେବେ ଏହି ୪୦ରୁ ୬ ଶାବକ, ୧୭ଟି ବାଘୁଣୀ ରହିଛନ୍ତି।
ସେହିଭଳି ଶିମିଳିପାଳରେ ଥିବା ମହାବଳ ମଧ୍ୟରେ ୧୮ ଟି କଳା ମହାବଳ ଅଛନ୍ତି। ଆଗାମୀ ୧୦ ବର୍ଷରେ ମହାବଳ ସଂଖ୍ୟା ଶହେକୁ ପହଞ୍ଚାଇବାକୁ ଲକ୍ଷ୍ୟ ଥିବା ପ୍ରେମ କୁମାର ପ୍ରକାଶ କରିଛନ୍ତି। ଗତବର୍ଷ ଶିମିଳିପାଳରେ ୨୭ ମହାବଳ ସହ ୮ ଶାବକ ଥିଲେ।
ଅନ୍ୟପଟେ ମୟୂରଭଞ୍ଜ ଜିଲାର ଏହି ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଦୀର୍ଘ ୪୫ ବର୍ଷ ପରେ ପୂରଣ ହୋଇଛି ଦାବି । ୧୯୮୦ ମସିହାରେ ଶିମିଳିପାଳକୁ ଜାତୀୟ ଉଦ୍ୟାନ ମାନ୍ୟତା ପ୍ରଦାନ ନେଇ ପ୍ରସ୍ତାବ ରଖାଯାଇଥିଲା ।
Comments are closed.