Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୪୦୯୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୦୯୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସୁସ୍ଥ ହୋଇଥିବା ୪୦୯୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହା ଛଡ଼ା  କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡ଼ାରୁ ୨୦୯, ଓ ଅନୁଗୁଳରୁ ୧୬୫,ସୁନ୍ଦରଗଡ଼ରୁ ୮୨, ଝାରସୁଗୁଡ଼ାରୁ ୮୧, ନୟାଗଡ଼ରୁ ୭୯, ସମ୍ବଲପୁରରୁ ୭୮, କଳାହାଣ୍ଡି ଓ ନବରଙ୍ଗପୁରରୁ ୭୩ ଲେଖାଏଁ, ବଲାଙ୍ଗୀରରୁ ୭୦, କୋରାପୁଟରୁ ୬୭,କନ୍ଧମାଳରୁ ୬୫, ବୌଦ୍ଧରୁ ୬୧,ମୟୁରଭଞ୍ଜରୁ ୧୩୯, କେନ୍ଦୁଝରରୁ ୧୩୧, ଭଦ୍ରକରୁ ୧୨୫, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୧୨୩ ଜଣ ଲେଖାଏଁ, ଯାଜପୁରରୁ ୧୧୬, ବରଗଡ଼ରୁ ୧୧୦, ଢେଙ୍କାନାଳରୁ ୧୦୭, ପୁରୀରୁ ୧୦୪,ସୋନପୁରରୁ ୪୬, ଗଞ୍ଜାମରୁ ଓ ରାୟଗଡ଼ାରୁ ୪୨ ଜଣ ଲେଖାଏଁ, ଗଜପତିରୁ ୩୬, ମାଲକାନଗିରିରୁ ୨୩, ଦେବଗଡ଼ରୁ ୧୫ ଓ ଷ୍ଟେଟ୍ ପୁଲରୁ ୨୮୭ରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୩୫,୩୩୦ଟି କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୦୬,୪୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୯୨୪ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.