Latest Odisha News

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୪୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସମସ୍ତ ସୁସ୍ଥତାଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭୮୨, କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୁଆପଡାରୁ ୧୧୨,
କନ୍ଧମାଳରୁ ୧୦୨, ଗଞ୍ଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯, ବାଲେଶ୍ୱରରୁ ୮୦, ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡ଼ରୁ ୪୭, ବୌଦ୍ଧରୁ ୩୮, ମାଲକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୬, ଦେଓଗଡରୁ ୧୦, ଷ୍ଟେଟ୍ ପୁଲରୁ ୩୨୦।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୩୭,୫୬୭ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

Comments are closed.