Latest Odisha News

BREAKING NEWS

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୨୭ ପଜିଟିଭ, ୪୦୧ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୨୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ଆକ୍ରାନ୍ତଙ୍କ ମଧ୍ୟରେ ୧୯୧ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୩୬ଟି ସ୍ଥାନୀୟ ମାମଲା ରହିଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅଧିକ ପଢନ୍ତୁ- ଗୁଡ୍ ନୁଉଜ୍‌: ଦେଶରେ ଯେତିକି, ଓଡିଶାରେ କୋଭିଡ୍ ସୁସ୍ଥହାର ସେତିକି

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୪,୪୯୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୦୭୭ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୯୩୫୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଅଧିକ ପଢନ୍ତୁ- ଭାରତରେ ବନ୍ଦ ହେବନି ଅକ୍ସଫୋର୍ଡ ଟିକା ପରୀକ୍ଷଣ

Leave A Reply

Your email address will not be published.