ନୂଆଦିଲ୍ଲୀ : ଓଡିଶାର 43.52 ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି ଜଳ ଜୀବନ ମିଶନ ଯୋଜନାରେ ଓଡିଶାକୁ ପାନୀୟଜଳ ଯୋଗାଇ ଦିଆଯାଉଛି । ଓଡିଶାରେ ୮୮.୫୭ ଲକ୍ଷ ପରିବାର ଥିବାବେଳେ ୨୦୧୯ ଅଗଷ୍ଟ ସୁଦ୍ଧା ମାତ୍ର ୩.୧୧ ଲକ୍ଷ ପରିବାରକୁ ପାଇପ୍ ଯୋଗେ ପାନୀୟଜଳ ଯୋଗାଇ ଦିଆଯାଇଥିଲା । ତେବେ ଚଳିତ ମାସ ସୁଦ୍ଧା ଏହା ୪୩ଲକ୍ଷ ପରିବାରକୁ ଟପିଯାଇଛି । ସେହିଭଳି ୨୦୨୨-୨୩ ବର୍ଷର ବଜେଟ୍ରେ ଜଳ ଜୀବନ ମିଶନ ପାଇଁ ଅର୍ଥ ଆବଣ୍ଟନ ସଂକ୍ରାନ୍ତରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି ଯେ ଓଡିଶା ପାଇଁ ୭୧୩୩.୧୫ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ଯେଉଁଥିରେ ରାଜ୍ୟ ସରକାରଙ୍କ ଅଂଶ ହେଉଛି ୩୫୨୪.୫୩ କୋଟି । ଅବଶିଷ୍ଟ ୩୬୦୮.୬୨ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇଦେବେ ।ସୂଚନା ଅନୁଯାୟୀ ଅବଶିଷ୍ଟ ପରିବାରଗୁଡିକୁ ମିଶନ ଦ୍ୱାରା ଧାର୍ଯ୍ୟ ସମୟସୀମା ୨୦୨୪ ସୁଦ୍ଧା ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.