ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ କରୋନା ପଜିଟିଭ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।
ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥତା ସଂଖ୍ୟା ୪୩୬ କୁ ବୃଦ୍ଧି ପାଇଛି।
ଆଜି ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ୧୫ ଜଣ ଅନୁଗୁଳ ଜିଲ୍ଲାର, ଗଞ୍ଜାମ, ରାଉଲକେଲା ଓ ଯାଜପୁରରୁ ୮ ଜଣ ଲେଖାଏଁ ଏବଂ ପୁରୀ, କେନ୍ଦ୍ରାପଡା, କଟକ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Comments are closed.