ନୂଆଦିଲ୍ଲୀ : ଓଡିଶାର 43.52 ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି ଜଳ ଜୀବନ ମିଶନ ଯୋଜନାରେ ଓଡିଶାକୁ ପାନୀୟଜଳ ଯୋଗାଇ ଦିଆଯାଉଛି । ଓଡିଶାରେ ୮୮.୫୭ ଲକ୍ଷ ପରିବାର ଥିବାବେଳେ ୨୦୧୯ ଅଗଷ୍ଟ ସୁଦ୍ଧା ମାତ୍ର ୩.୧୧ ଲକ୍ଷ ପରିବାରକୁ ପାଇପ୍ ଯୋଗେ ପାନୀୟଜଳ ଯୋଗାଇ ଦିଆଯାଇଥିଲା । ତେବେ ଚଳିତ ମାସ ସୁଦ୍ଧା ଏହା ୪୩ଲକ୍ଷ ପରିବାରକୁ ଟପିଯାଇଛି । ସେହିଭଳି ୨୦୨୨-୨୩ ବର୍ଷର ବଜେଟ୍ରେ ଜଳ ଜୀବନ ମିଶନ ପାଇଁ ଅର୍ଥ ଆବଣ୍ଟନ ସଂକ୍ରାନ୍ତରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି ଯେ ଓଡିଶା ପାଇଁ ୭୧୩୩.୧୫ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ଯେଉଁଥିରେ ରାଜ୍ୟ ସରକାରଙ୍କ ଅଂଶ ହେଉଛି ୩୫୨୪.୫୩ କୋଟି । ଅବଶିଷ୍ଟ ୩୬୦୮.୬୨ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇଦେବେ ।ସୂଚନା ଅନୁଯାୟୀ ଅବଶିଷ୍ଟ ପରିବାରଗୁଡିକୁ ମିଶନ ଦ୍ୱାରା ଧାର୍ଯ୍ୟ ସମୟସୀମା ୨୦୨୪ ସୁଦ୍ଧା ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ ।
BREAKING NEWS
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ

Comments are closed.