Latest Odisha News

ଚିନ୍ତା ବଢ଼ାଉଛି ସ୍ଥାନୀୟ ସଂକ୍ରମଣ; ପୁଣି ଭୁବନେଶ୍ୱରରେ ୪୫ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୩୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ୧୦ଟି ସ୍ଥାନୀୟ ମାମଲା ରହିଛି । ତନ୍ମଧ୍ୟରୁ ୨୦ ଜଣ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ସେଣ୍ଟ୍ରାଲ୍ ସରକାରୀ ହସ୍ପିଟାଲରୁ ୧୧ ଜଣ କର୍ମଚାରୀ ରହିଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦୨ ରହିଛି । ସେଥିମଧ୍ୟରେ ୨୮୬ଟି ସକ୍ରିୟ ମାମଲା ରହିଥିବା ବେଳେ ୩୦୮ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୭ ଜଣଙ୍କର ମୃତ୍ୟୁ ଘଟିଛି।

Comments are closed.