Latest Odisha News

BREAKING NEWS

ଭୁବନେଶ୍ୱରରେ ଆଜି ୪୮୦ ପଜିଟିଭ, ୬୪୨ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୮୦ ଜଣ କରୋନା ପଜିଟିଭ୍ । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୨ ଜଣ ରହିଥିବା ବେଳେ ୨୯୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୪୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

ସହିଦ ନଗରରୁ ଆଜି ୧୩ ଜଣ, ବରମୁଣ୍ଡା ବିଡିଏ କଲୋନି, ନୟାପଲ୍ଲୀ, ଚନ୍ଦ୍ରଶେଖରପୁର ଏଚବି କଲୋନିରୁ ୬ ଜଣ, ଲକ୍ଷ୍ମୀସାଗରରୁ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସରକାରଙ୍କ ଏକ ହସ୍ପିଟାଲରୁ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଆଜି ସ୍ଥାନୀୟ ସଂକ୍ରମଣ ଯୋଗୁଁ ୨୯୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏଥିରେ ପଟିଆରୁ ୧୨ ଜଣ, ଆଇଆରସି ଭିଲେଜରୁ ୮ ଜଣ, ବରମୁଣ୍ଡା ଏଚବି କଲୋନି, ଡୁମଡୁମା, ଶୈଳଶ୍ରୀ ବିହାର, ଭରତପୁର, ବିଗବଜାରରୁ ୭ ଜଣ ଲେଖାଏଁ ଅଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୮୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୯୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୦ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.