Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ପ୍ରତ୍ୟାହାର ହେବ ଜନଜାତି ସଦସ୍ୟଙ୍କ ଉପରେ ଥିବା ୪୮୦୧୮ ମାମଲା

ଭୁବନେଶ୍ବର: ଓଡିଶାର ଜନଜାତୀ ସଦସ୍ୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟଙ୍କ ବଡ ଘୋଷଣା । ପ୍ରତ୍ୟାହାର ହେବ ସେମାନଙ୍କ ଉପରେ ଥିବା ଅନେକ ଛୋଟ ଛୋଟ ମକଦ୍ଦମା । ଏହି ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର  ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ  ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ  କରିବା  ପାଇଁ ନିଷ୍ପତ୍ତି ନିଆଯାଇଛି ।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି । ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା ଜନଜାତୀ ସଦସ୍ୟଙ୍କ ଚିନ୍ତା ମୁକ୍ତ ହେବା ସହ କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

 

Leave A Reply

Your email address will not be published.