Latest Odisha News

BREAKING NEWS

ଭୁବନେଶ୍ୱରରେ ୧୩ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୪୮୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୪୮୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୨୦୫ ଜଣ କ୍ୱାରେଣ୍ଟାଇନ୍ ଏବଂ ୨୭୮ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୩୫୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୩ ହଜାର ୨୯୫ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୫୦୧୪ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୮୨୨୧ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୪୮ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.