Latest Odisha News

ସକ୍ରିୟ ମୌସୁମୀ : ଆଜିଠୁ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: କିଛି ଦିନର ଲୁଚକାଳି ପରେ ପୁଣି ସକ୍ରିୟ ହୋଇଛି ମୌସୁମୀ  । ଆଜିଠୁ ପୁଣି ବଢିବ ବର୍ଷାର ବିସ୍ତୃତି  ।  ଆଜିଠାରୁ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ଏଥିଲାଗି ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ  । ତେବେ ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ , ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା  ।  ଆଉ କିଛି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଜି ପାଇଁ ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏଁ ବର୍ଷା ହୋଇପାରେ । ୧୮ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ । ତେଣୁ  ୬ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ଓ ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି  ।

ଗତ କିଛି ଦିନ ହେବ ମୌସୁମୀର ଦୁର୍ବଳ ପ୍ରବାହ ଯୋଗୁଁ ରାଜ୍ୟରେ ବର୍ଷା ପରିମାଣ କମ ରହିଛି । ୧୧ ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଛି । ଜୁନ୍ ୧ ରୁ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୬୮.୨ ମିଲିମିଟର ବୃଷ୍ଟିପାତ ରେକର୍ଡ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି  ।

Leave A Reply

Your email address will not be published.